ଜିଲ୍ଲା ପ୍ରଶାସନ ପକ୍ଷରୁ ରସୁଲପୁର ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଯାଜପୁର;୧୬/୦୧(ବ୍ୟୁରୋ): ପ୍ରଶାସନ ଜନସାଧାରଣଙ୍କ ନିକଟରେ ପହଞ୍ଚି ସେମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକର ସମାଧାନ କରିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ପ୍ରଧାନ ଲକ୍ଷ୍ୟ ଅଟେ । ଏଣୁ ଅଭିଯୋଗ ପ୍ରକୋଷ୍ଠରେ ଯୋଗ ଦେଉଥିବା ଜିଲ୍ଲାର ସମସ୍ତ ଅଧିକାରୀମାନେ ନିଷ୍ଠା ଓ ସହୃଦୟତାର ସହ କାର୍ଯ୍ୟ ସଂପାଦନ କଲେ ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି ପ୍ରକ୍ରିୟା ତ୍ୱରାନ୍ୱିତ ହେବା ସହ ଜନସାଧାରଣମାନେ ଅଧିକରୁ ଅଧିକ ଅଭିଯୋଗ ପ୍ରକୋଷ୍ଠରୁ ଲାଭବାନ ହୋଇପାରିବେ ବୋଲି ଆଜି ପୂର୍ବାହ୍ନରେ କୋରାଇ ବ୍ଳକ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରି ଉପରୋକ୍ତ ବିଷୟ ପ୍ରକାଶ କରିଚ୍ଥନ୍ତି । ଏହି ମିଳିତ ଅଭିଯୋଗ ôଶଣାଣି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରୱର୍ତ୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲଙ୍କ ଅଧ୍ୟକ୍ଷତା ଓ ସହଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଯାଜପୁର ଶ୍ରୀ ଅଶୋକ କୁମାର ବେହୁରିଆ, ଡେପୁଟୀ କଲେକ୍ଟର, ସାଧାରଣ ଓ ବିବିଧ, ଶାଶ୍ୱତୀ ସୁଡୁଆଲ, ବି.ଡି.ଓ., ରସୁଲପୁର, ଶ୍ରୀ ଅବନିକାନ୍ତ ସାହୁ, ତହସିଲଦାର, ରସୁଲପୁର ଶ୍ରୀ ନିରଂଜନ ସାହୁ, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଯାଜପୁର ଇଂ.କ୍ଷେତ୍ରମୋହନ ସାହୁ, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ, ଜାରକା ଖଣ୍ଡ ଇଂ କାମଦେବ ଦାସ, ଅଧିକ୍ଷଣ ଯନ୍ତ୍ରୀ, ରାସ୍ତା ଓ କୋଠାବାଡି, ପାଣିକୋଇଲି ଇଂ ପୂର୍ଣ୍ଣ ଚନ୍ଦ୍ର ଦଳାଇ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ, ଖଣ୍ଡ-୨, ଯାଜପୁର ଶ୍ରୀ ଅବିନାଶ ବାରିକ, ଏସ୍‌ଡିଓ, ଜଳ ନିଷ୍କାସନ ଉପଖଣ୍ଡ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ନାୟକ, ପ୍ରକଳ୍ପ ନିର୍ଦ୍ଦେଶକ, ଜଳଚ୍ଥାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଯାଜପୁର ଶ୍ରୀ ଉଦିପ୍ତ କୁମାର ତ୍ରିପାଠୀ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ଶ୍ରୀନିବାସ କର, ଜିଲ୍ଲା ଶିକ୍ଷା ଅଧକାରୀ ଶ୍ରୀମତୀ ନିବେଦିତା ପାଣି, ଅବକାରୀ ଅଧିକ୍ଷକ ଶ୍ରୀ ଅମରେନ୍ଦ୍ର ଜେନା, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି ଶ୍ରୀ ରାଧାଶ୍ୟାମ ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ବେହେରା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ , ଯାଜପୁର ଶ୍ରୀମତୀ ମଂଜୁଲତା ନାୟକ, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ମହାନ୍ତି, ଜିଲ୍ଲା ମତ୍ସ୍ୟ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ରାଉତ, ଉପ-ପରିଚାଳକ, ଟିପିଏନ୍‌ଓଡିଏଲ୍‌, କୁଆଖିଆ ଶ୍ରୀ ସୀତାଂଶୁ ଶେଖର ଶତପଥୀ, ଅଗ୍ରଣୀ ବ୍ୟାଙ୍କ ପରିଚାଳକ, ଯାଜପୁର ଶ୍ରୀ ଦିଲିପ କୁମାର ଭୂୟାଁ, ବ୍ଳକ ଶିଶା ଅଧିକାରୀ, ରସୁଲପୁର ଶ୍ରୀ ନୀଳାମ୍ୱର ମିଶ୍ର, ଜିଲ୍ଳ୍‌ା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଂଜନ କର, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ସଲାଉଦ୍ଦିନ ଖାଁ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ । ଏହି ଜନ ଶୁଣାଣୀ କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଚକ୍ରୱର୍ତ୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭୀନିତ ଅଗ୍ରୱାଲ ସାଧାରଣ ନିର୍ବାଚନ -୨୦୨୪ ଉପଲକ୍ଷେ ମୋବାଇଲ୍‌, ଇଭିଏମ୍ ଓ ଭିଭିପାର୍ଟ ପ୍ରଦର୍ଶନୀ ଭ୍ୟାନକୁ ବ୍ଳକ ପରିସରରେ ଉଦ୍‌ଘାଟନ କରିଥିଲେ । ପ୍ରକାଶ ଥାଉ କି, ଏହି ମୋବାଇଲ୍‌, ଇଭିଏମ୍ ଓ ଭିଭିପାର୍ଟ ପ୍ରଦର୍ଶନୀ ରଥ ଜନସାଧାରଣ ମାନଙ୍କୁ ଇଲେକ୍ଟ୍ରୋନିକ ଭୋଟିଂ ମେସିନ ମାଧ୍ୟମରେ ନିଜର ମତଦାନ ସାବ୍ୟସ୍ତ କରିବାକୁ ଜିଲ୍ଲାରେ ସଚେତନ କରାଇବ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୬୦ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୧୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୪ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୧୩ ଗୋଟି ଅଭିଯୋଗ ଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୨୦ ଗୋଟି ଅଭିଯୋଗ ଆସିଥିଲା । ଶିବିର ପ୍ରକୋଷ୍ଠରେ ୩୭ ଗୋଟି ଅଭିଯୋଗର ଜିଲ୍ଲାପାଳ ଶ୍ରୀ ରାଠୋର ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୦୮ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ପ୍ରକାଶ ଥାଉକି, ଜାନୁୟାରୀ ମାସ ୨୨ ତାରିଖ ସୋମବାର ଦଶରଥ ପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ୨୯ ତାରିଖ ସୋମବାର ଧର୍ମଶାଳା ବ୍ଳ୍‌କ କାର୍ଯ୍ୟାଳୟ ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିର ମାନଙ୍କରେ ଜିଲ୍ଳ୍‌ାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିବେ ।

 

 

 

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129