ଦେବ ଇଣ୍ଟର ନ୍ୟାସନାଲ ସ୍କୁଲରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ

ବ୍ୟାସନଗର; ୨୩/୦୧(ବ୍ୟୁରୋ): ଯାଜପୁର ଜିଲ୍ଲା କଳିଙ୍ଗନଗର ଅଞ୍ଚଳ କୁସୁନପୁର ସ୍ଥିତ ” ଦେବ ଇଣ୍ଟର ନ୍ୟାସନାଲ ସ୍କୁଲରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଆଜି ଭାରତମାତାର ଦୁଇ ଦୁଇ ଜଣ ବୀର ସୁପୁତ୍ରଙ୍କର ଜନ୍ମତିଥି। ଜଣେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ଆଉ ଜଣେ ବୀର ସୁରେନ୍ଦ୍ର ସାଏ। ସ୍ଵାଧିନତା ସଂଗ୍ରାମରେ ଉଭୟଙ୍କର ଅବଦାନ ଅତୁଳନୀୟ। ବ୍ରିଟିଶ ଶାସନ ବିରୋଧରେ ଲଢ଼େଇ କରି ନିଜ ଜୀବନକୁ ଉତ୍ସର୍ଗ କରିଦେଇଥିଲେ ଏହି ଦୁଇ ମହାପୁରୁଷ। କଟକ ସହରରେ ୧୮୯୭ ମସିହା ଜାନୁଆରୀ ୨୩ ତାରିଖରେ ନେତାଜୀ ଜନ୍ମ ଗ୍ରହଣ କରିଥିଲାବେଳେ ୧୮୦୯ ଜାନୁଆରୀ ୨୩ରେ ସମ୍ବଲପୁରରେ ଜନ୍ମ ଗ୍ରହଣ କରିଥଲେ ସୁରେନ୍ଦ୍ର ସାଏ।ଏହି ଦୁଇ ମହାପୁରୁଷ ଆଜିବି ପ୍ରତିଟି ଭାରତୀୟଙ୍କ ପ୍ରାଣରେ ଜୀବୀତ ରହିଛନ୍ତି।
‘ମୋତେ ରକ୍ତ ଦିଅ ମୁଁ ତୁମକୁ ସ୍ୱାଧୀନତା ଦେବି’ ଏଭଳି ଡାକରା ଦେଇ ଭାରତୀୟ ଯୁବକଙ୍କୁ ଇଂରେଜଙ୍କ ବିରୋଧରେ ଲଢିବାକୁ ଆହ୍ୱାନ କରିଥିଲେ ବୀର ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ । ନେତାଜୀଙ୍କ ତ୍ୟାଗ ଓ ବଳିଦାନ ହିଁ ଦେଶକୁ ସ୍ୱାଧୀନତା ଆଣି ଦେଇଛି । ଯାହା ପ୍ରତି ଓଡ଼ିଆଙ୍କ ପାଇଁ ଏକ ଗର୍ବର କଥା । ସେହିପରି ବୀର ସୁରେନ୍ଦ୍ର ସାଏ ମଧ୍ୟ ନିଜର ସାହାସ ଓ ଅତୁଳନୀୟ ଧୈର୍ଯ୍ୟକୁ ପୁଞ୍ଜିକରି ଶକ୍ତିଶାଳୀ ଇଂରେଜ ସରକାରଙ୍କୁ ଯୁଦ୍ଧର ଆହ୍ୱାନ ଦେଇଥିଲେ। ଦେଶର ସ୍ୱାଧୀନତା ପାଇଁ ଉଭୟଙ୍କ ଅବଦାନ ଚିର ଅତୁଳନୀୟ ହୋଇ ରହିବ। ଏହି ବୀର ଓଡ଼ିଆ ପୁଅଙ୍କ ଜନ୍ମତିଥୀରେ ବିଦ୍ୟାଳୟର ମୁଖ୍ୟ ପ୍ରଶାସନିକ ଅଧିକାରୀ ନିର୍ମଳ କୁମାର ରଣା ଏବଂ ଏକାଡେମିକ କୋର୍ଡିନେଟର ସୋନିଆ ବେଦୀ ଦ୍ଵୀପ ପ୍ରଜ୍ବଳିତ କରିବା ସହ ଦୁଇ ଜଣ ପୁଣ୍ୟାତ୍ମା ଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ଅଧ୍ୟାପିକା ତୃପ୍ତିରାଣୀ ରାୟ ଙ୍କ ଦ୍ଵାରା ଦୀପ ପ୍ରଜ୍ବଳିତ ମନ୍ତ୍ର ଉଚ୍ଚାରଣ କରାଯାଇଥିଲା।କୁନି କୁନି ପିଲାଙ୍କ ଦ୍ଵାରା ନୃତ୍ୟ,ଗୀତ,ଭାଷଣ ପରିବେଷଣ କରାଯାଇଥିଲା। ଅଧ୍ୟାପକ ବିଦ୍ୟାଧର ପରିଡା ସୁଭାଷ ଚନ୍ଦ୍ର ବୋଷ ଙ୍କ ସମ୍ପର୍କରେ ସମ୍ୟକ୍ ବିବରଣୀ ପ୍ରଦାନ କରିଥିଲେ।ବିଦ୍ୟାଳୟର ଅଧ୍ୟକ୍ଷ ବୁଦ୍ଧଦେବ ରାଉତ ଛାତ୍ର ଛାତ୍ରୀଙ୍କର ପ୍ରତିଭା କୁ ପ୍ରଶଂସା କରିବା ସହ ତାଙ୍କର ଉଜ୍ବଳ ଭବିଷ୍ୟତ କାମନା କରିଥିଲେ।ଶେଷରେ ଅଧ୍ୟାପକ ଦୀପକ ରଂଜନ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ।

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129