ଆଉ ୫ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍, ଭର୍ଚୁଆଲରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ;୨୧/୦୨(ଜ୍ୟୋତି ରଞ୍ଜନ ପାଣିଗ୍ରାହୀ): ଗଡ଼ିବ ଲକ୍ଷ୍ମୀ ବସ୍।ଓଡିଶା ସରକାରଙ୍କ ପକ୍ଷରୁ ଲକ୍ଷ୍ମୀ ବସ ସୁବିଧା ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚଳାଇବାର ଲକ୍ଷ୍ୟ ରଖାଯାଇ ଥିବା ବେଳେ
ବାଲେଶ୍ବର, ଜଗତସିଂହପୁର, ଗଞ୍ଜାମ, ନୂଆପଡ଼ା, ବୌଦ୍ଧରେ ଆରମ୍ଭ ହେବାକୁ ଯାଉଛି ଲକ୍ଷ୍ମୀ ଵସ୍ ସେଵା। ଭର୍ଚୁଆଲ ମାଧ୍ୟମରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ । ଲକ୍ଷ୍ମୀ ଯୋଜନା ଲୋକଙ୍କ ଇଚ୍ଛାରୁ କାର୍ଯ୍ୟକାରୀ କରାଯାଇଛି।ତେବେ ପ୍ରତି ପଞ୍ଚାୟତରୁ ନିଜ ନିଜ ବ୍ଲକ ଆସିବାକୁ ଆଉ ଅସୁବିଧା ହେବନାହିଁ । ଗ୍ରାମାଞ୍ଚଳର ଲୋକମାନଙ୍କୁ ଉତ୍ତମ ପରିବହନ ସେବା ଲକ୍ଷ୍ମୀ ବସ ମାଧ୍ୟମରେ ମିଳିବ । ପୂର୍ବରୁ ପଞ୍ଚାୟତରୁ ବ୍ଲକ କାର୍ଯ୍ୟାଳୟକୁ ଆସିବାକୁ ବହୁ ଅସୁବିଧା ହେଉଥିଲେ ବିଶେଷ କରି ଗମନାଗମନ ବ୍ୟବସ୍ଥା ପାଇଁ । ଏନେଇ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ଜିଲ୍ଲା ଗସ୍ତ ବେଳେ ଜନସାଧାରଣଙ୍କ ଗମନାଗମନ ବ୍ୟବସ୍ଥା ସୁବିଧା ପାଇଁ ଅଭିଯୋଗ ପତ୍ର ପ୍ରଦାନ କରିଥିଲେ । 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି । ଲକ୍ଷ୍ମୀ ବସ୍ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍ ରେ ଯିବା ଆସିବା କରିପାରିବେ ।

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129