ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏ ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର; ୩୧/୦୩(ଜ୍ୟୋତି ରଞ୍ଜନଙ୍କ ଠାରୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି । ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର କହିଛନ୍ତି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି ।

ବିଦ୍ୟାଳୟଗୁଡ଼ିକରେ ଆଗାମୀ ଏପ୍ରିଲ ୨ ତାରିଖ ଠାରୁ ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ପାଠପଢ଼ା ହେବ । ଏହି ସମୟରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍‌ ପ୍ୟାକେଟ୍‌ ଓ ଅନ୍ୟ ଆବଶ୍ୟକତୀୟ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଶ୍ରୀ ମହାପାତ୍ର କହିଛନ୍ତି ଯେ, ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାରେ ପାଗର ସ୍ଥିତି ଦେଖି ବିଦ୍ୟାଳୟ ଖୋଲିବା ନେଇ ନିଷ୍ପତ୍ତି ନେଇପାରିବେ ।

 

 

 

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129