ନିରବୀଗଲେ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା

ଭୁବନେଶ୍ୱର;୦୨/୦୪ (ବ୍ୟୁରୋ): ଓଡ଼ିଶାର ସୁନାମଧନ୍ୟ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । ଶାନ୍ତିଲତାଙ୍କ ମୃତ୍ୟୁକୁ ସ୍ପଷ୍ଟ କରି ସୂଚନା ଦେଇଛନ୍ତି ସ୍ୱାମୀ ବସନ୍ତ କୁମାର ଛୋଟରାୟ । ଶାନ୍ତିଲତା ଓଡ଼ିଶାରେ ଅନେକ ଭଜନ ସଂଗୀତ ଗାଇ ଲୋକଙ୍କ ହୃଦୟରେ ଆଜି ବି ଘର କରି ରହିଛନ୍ତି ।କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।ଜଗନ୍ନାଥଙ୍କ ହଜାର ହଜାର ଭଜନ ଗାଇ ସେ ଓଡିଆଙ୍କ ହୃଦୟରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ ।ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ ଜଗନ୍ନାଥ ଙ୍କ ର ଅନନ୍ୟ ଭକ୍ତ ଥିଲେ।ଭାବପୂର୍ଣ୍ଣ କଣ୍ଠରେ ତାଙ୍କ ଜଗନ୍ନାଥ ଭଜନ ପାଇଁ ଓଡିଶାର ଘରେ ଘରେ ସେ ସୁପରିଚିତ ଥିଲେ।ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣର ସଂଗୀତମୟ ନିବେଦନ। ତାଙ୍କ ସ୍ୱର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା। ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।ରାଜ୍ୟପାଳ ରଘୁବର ଦାସ ନିଜ ଏକ୍ସ ଆକାଉଣ୍ଟରେ ଶାନ୍ତିଲତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଓଡ଼ିଆ ସଙ୍ଗୀତ, ମୁଖ୍ୟତଃ ଭକ୍ତି ସଙ୍ଗୀତକୁ ତାଙ୍କର ଅବଦାନ ଅନନ୍ୟ ବୋଲି ଲେଖିଛନ୍ତି। ନିଜର କୃତି ଓ କୀର୍ତ୍ତି ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି, କଳାକାର, ସିନେଷ୍ଟାର ଶୋକ ପ୍ରକାଶ କରିଛନ୍ତି।ସଙ୍ଗୀତ ଜଗତରେ ଏହା ଏକ ଅପୂରଣୀୟ କ୍ଷତି ବୋଲି କୁହାଯାଉଛି।

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129