କୁଆଖିଆ ବାରବାଟୀ ଓଭର ବ୍ରିଜରୁ ଯାତ୍ରୀବାହୀ ବସ୍ “କାଳିଆ ନନା” ତଳକୁ ଖସି ପଡ଼ିଛି,୫ଜଣଙ୍କ ମୃତ୍ୟୁ,ଗୁରୁତର ଙ୍କୁ କଟକ ସ୍ଥାନାନ୍ତର

ଯାଜପୁର;୧୫/୦୪(ବ୍ୟୁରୋ): ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର କୁଆଖିଆ ନିକଟସ୍ଥ ବାରବାଟୀ ଓଭର ବ୍ରିଜରୁ ଯାତ୍ରୀବାହୀ ବସ୍ ତଳକୁ ଖସି ପଡ଼ିଛି। ତେବେ ଏହି ଦୁର୍ଘଟଣାରେ ୪୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପ୍ରାଥମିକ ଅବସ୍ଥାରେ ଆହତ ଯାତ୍ରୀମାନଙ୍କୁ ଧର୍ମଶାଳା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।ପରେ ଗୁରୁତରମାନଙ୍କୁ କଟକ ବଡ଼ମେଡ଼ିକାଲକୁ ସ୍ଥାନାନ୍ତର କରାଯାଉଛି। ନିଜେ ସିଡିଏମ ଓ ଗୋଟିଏ ଟିମ ସହ ଦୁର୍ଘଟଣାସ୍ଥଳକୁ ଆସିଛନ୍ତି। ଅପରପକ୍ଷେ ୫ଟି କ୍ରେନ ସାହାଯ୍ୟରେ ବସଟିକୁ ଉଠା ଯାଉଥିବା ବେଳେ ୧୬ଟି ଆମ୍ବୁଲାନ୍ସ ଯାତ୍ରୀଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ରହିଛି। ସେପଟେ ଖବର ପାଇ ତୁରନ୍ତ ପୁଲିସ୍‌ ଓ ଉଦ୍ଧାରକାରୀ ଟିମ ଘଟଣା ସ୍ଥଳରେ ପହଞ୍ଚିଛନ୍ତି। ସ୍ଥାନୀୟ ଏସପି ଓ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ରହିଛନ୍ତି। ଉଦ୍ଧାରକାରୀ ଟିମକୁ ସେମାନଙ୍କୁ ସାଧାରଣ ଲୋକମାନେ ରେସ୍କ୍ୟୁ ଅପରେସନରେ ସହାୟତା କରୁଛନ୍ତି। ବସ୍‌ଟି ତଳକୁ ଖସିଲା ବେଳେ ଏହା ତଳେ ଲୋକମାନେ ଯିବା ଆସିବା କରୁଥିଲେ। ସେହିପରି ନିକଟରେ ଗୋଟିଏ ମାର୍କେଟ ରହିଛି। ତେଣୁ ବସ୍‌ ତଳେ କିଛି ଲୋକ ଚାପି ହୋଇ ରହିଥିବା କୁହାଯାଉଛି। ସୂଚନା ଅନୁସାରେ, ଦୁର୍ଘଟଣାଗ୍ରସ୍ତ ହୋଇଥିବା ‘କାଳିଆ ନନା’ ବସ୍‌ଟି ପୁରୀରୁ ଆଜି ଦିନ ୪ଟାରୁ ବାହାରିଥିଲା। ଏହା ପଶ୍ଚିମବଙ୍ଗର ହଳଦିଆ ଯିବାର ଥିଲା। ଏଥିରେ ୫୦ରୁ ଅଧିକ ଯାତ୍ରୀଥିଲେ। କିନ୍ତୁ ଅଧା ବାଟରେ ଏପରି ଦୁର୍ଘଟଣା ଘଟିଛି। ବସ୍‌ଟି ଓଭରବ୍ରିଜ୍‌ରୁ ତଳକୁ ଖସି ପଡ଼ିଥିଲେ ହେଁ କେଉଁଭଳି ପରିସ୍ଥିତିରେ ଏପରି ଘଟଣା ଘଟିଲା ସେକଥା ଜଣାପଡ଼ିନାହିଁ। କୁହାଯାଉଛି ଯେ ଗାଡ଼ିର ବେଗ ଅଧିକ ଥିବାରୁ ଡ୍ରାଇଭର ଜଣଙ୍କ ଏହା ଉପରକୁ ନିୟନ୍ତ୍ରଣ ହରାଇଥିଲେ। ଫଳରେ ଏହା ଓଭରବ୍ରିଜ୍‌ରୁ ସିଧା ତଳକୁ ଖସି ପଡ଼ିଛି। ସରକାରଙ୍କ ତରଫରୁ ମୃତକଙ୍କ ପରିବାରକୁ ୩ଲକ୍ଷ ଅନୁକମ୍ପା ରାଶି ଘୋଷଣା କରାଯାଇଛି। ଏବଂ ଉତ୍ତମ ଚିକିତ୍ସା ପ୍ରଦାନ କରାଯିବାକୁ କଟକ ବଡ ମେଡିକାଲ କୁ ନିର୍ଦ୍ଦେଶ ଦିଆଯାଇଛି।

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129