୩୦ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ବେଳେ ଏପ୍ରିଲ ୨୨ରୁ ୨୪  ସକାଳ ୬.୩୦ ରୁ ୧୦.୩୦   ପାଠପଢା ,ଏପ୍ରିଲ ୨୫ ତାରିଖ ଠାରୁ ଗ୍ରୀଷ୍ମ ଛୁଟି- ରାଜ୍ୟ ସରକାର 

ଭୁବନେଶ୍ୱର;୨୧/୦୪(ଜ୍ୟୋତି ରଞ୍ଜନ ଙ୍କ ଠାରୁ ) : ଗତକାଲି ୩୦ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା । ହିଟୱେଭ ନେଇ ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ହ୍ରାସ ନେଇ ବିଭାଗ ପୂର୍ବାନୁମାନ କରିଛି ।ଏହାରି ଭିତରେ ବିଦ୍ୟାଳୟ ଛୁଟି କୁ ନେଇ ଆସିଛି ବଡ ଖବର। ସମ୍ଭାବ୍ଯ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ। ସେହିପରି ଏପ୍ରିଲ ୨୫ ତାରିଖ ଠାରୁ ରାଜ୍ୟ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ  ଓଡ଼ିଶା ପକ୍ଷରୁ ଟୁଇଟର (x )ଯୋଗେ ମିଳିଛି ସୂଚନା।

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129