କେନ୍ଦୁଝର ମାଟିର ପୁଅ ଓଡ଼ିଶାର ମୁଖ୍ୟମନ୍ତ୍ରୀ , ଶିଶୁ ମନ୍ଦିର ଗୁରୁଜୀ ରୁ ମୁଖ୍ୟମନ୍ତ୍ରୀ

କେନ୍ଦୁଝର;୧୨/୦୬(ବ୍ୟୁରୋ): ଅପେକ୍ଷାର ଅନ୍ତ ଘଟି ଓଡ଼ିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ମୋହର ବାଜିଛି। କେନ୍ଦୁଝର ମାଟିର‍ ଆଦିବାସୀ ପୁଅ ଓଡ଼ିଶାର ମଙ୍ଗ ଧରିଛନ୍ତି। ସେ ହେଲେ ବିଜେପି ଦଳର ଟାଣୁଆ ନେତା ମୋହନ ଚରଣ ମାଝୀ।ସେ କାହିଁକି ଓଡିଶା ମାଟିରେ ବିଜେପି ଦଳରୁ ହେଲେ ପ୍ରଥମ ମୁଖ୍ୟମନ୍ତ୍ରୀ। କ’ଣ ରହିଛି ତାଙ୍କର ରାଜନୈତିକ କ୍ୟାରିୟର୍। ଆସନ୍ତୁ ପୂରା ଖବର ଜାଣିବା।
ଜନ୍ମ ଓ ଶିକ୍ଷା:

ମୋହନ ଚରଣ ମାଝୀ ୧୯୭୨ ମସିହା ଜାନୁଆରୀ ମାସ ୬ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ଗୁନାରାମ ମାଝୀ। ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ। ତାଙ୍କ ପତ୍ନୀଙ୍କ ନାମ ପ୍ରିୟଙ୍କା ମାର୍ଣ୍ଡି।

ରାଜନୀତିର ମୂଳଦୁଆ: ପ୍ରଥମ ସୋପାନ-:

ସେ ପ୍ରଥମେ ଝୁମ୍ପୁରା ସରସ୍ୱତୀ ଶିଶୁ ମନ୍ଦିରରେ ଶିକ୍ଷକ ଭାବେ କାମ କରିଥିଲେ। ଶିଶୁ ମନ୍ଦିର ଗୁରୁଜୀରୁ ତାଙ୍କ କ୍ୟାରିୟର ଆରମ୍ଭ ହୋଇଥିଲା। ପରେ ସରପଞ୍ଚ ପାଇଁ ଲଢିଥିଲେ ଆଉ ବିଜୟୀ ମଧ୍ୟ ହୋଇଥିଲେ। ଏଇଠି ପଡିଥିଲା ତାଙ୍କ ରାଜନୀତିର ମୂଳଦୁଆ।

୨୦୦୦ ମସିହା ଦ୍ୱିତୀୟ ସୋପାନ -:

୨୦୦୦ ମସିହାରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ। ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ କାର୍ଯ୍ୟ କରିଥିଲେ।

୨୦୦୪: ତୃତୀୟ ସୋପାନ-:

୨୦୦୪ ମସିହାରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ। ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୫ ମସିହା ଯାଏଁ କାର୍ଯ୍ୟ କରିଥିଲେ।

୨୦୦୯: ଚତୁର୍ଥ ସୋପାନ-:

୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ। ବିଜୁ ଜନତା ଦଳର ପ୍ରାର୍ଥୀ ଶୁଭମ ନାଏକ ତାଙ୍କୁ ୭,୨୬୯ ଖଣ୍ଡ ଭୋଟରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

୨୦୧୪: ପଞ୍ଚମ ସୋପାନ -:

୨୦୧୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ। ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

୨୦୧୯: ଷଷ୍ଠ ସୋପାନ -:

୨୦୧୯ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

୨୦୨୪: ସପ୍ତମ ସୋପାନ-:

ସେହିପରି ୨୦୨୪ ମସିହାର ଓଡ଼ିଶ ବିଧାନସଭା ନିର୍ବାଚନରେ ମୋହନ ବିଜେପି ପ୍ରାର୍ଥୀ ଭାବରେ ପୁନର୍ବାର କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ଦମଦାର ବିଜୟ ଲାଭ କରିଥିଲେ। ଏହି ନିର୍ବାଚନରେ ମୋହନ ୮୭୮୧୫ ଭୋଟ୍ ପାଇ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ମୀନା ମାଝୀଙ୍କୁ ୧୧,୫୭୭ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।

ତେବେ ଦୀର୍ଘ ଦିନର ସଫଳ ରାଜନୈତିକ କ୍ୟାରିୟର୍ ଆଉ ଦଳ ପ୍ରତି ସମର୍ପିତ ଭାବକୁ ଦେଖି ତାଙ୍କୁ ଦଳର ମୁଖିଆ ଭାବେ ଚୟନ କରାଯାଇଥିବା ଅନୁମାନ କରାଯାଏ। ଆଶା କରାଯାଏ ଆଗାମୀ ୫ ବର୍ଷ ଭିତରେ ସେ ଓଡ଼ିଶାବାସୀଙ୍କ ପାଇଁ କିଛି ନୂଆ କରି ଦେଖେଇବେ ବୋଲି ଆଶା ଆଉ ବିଶ୍ୱାସ ରହିଛି।

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129