ରଥଯାତ୍ରା ପାଇଁ ଜୁଲାଇ ୮ ତାରିଖ ଛୁଟି ଘୋଷଣା – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର; ୦୨/୦୭(ଜ୍ୟୋତି ରଞ୍ଜନ ଙ୍କ ଠାରୁ): ପୁରୀରେ ରଥଯାତ୍ରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଙ୍କ ବଡ ଘୋଷଣା । ଚଳିତ ବର୍ଷ ଦୁଇଦିନ ଧରି ରଥଯାତ୍ରା ଚାଲିବାକୁ ଥିବାରୁ ମୁଖ୍ୟମନ୍ତ୍ରୀ ସୋମବାର କୁ ଛୁଟି ଘୋଷଣା କରିଛନ୍ତି । ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି । ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଚଳିତ ବର୍ଷ ରଥଯାତ୍ରାରେ ୧୮୦ ପ୍ଲାଟୁନ ପୋଲିସ ମୁତୟନ ରହିବେ । ୪ ଅତିରିକ୍ତ ଡିଜି, ୬ ଆଇଜି ଓ ଡିଆଇଜି ପାହ୍ୟା ଅଧିକାରୀ, ୧୯ ଏସପି ପାହ୍ୟା ଅଧିକାରୀ ଓ ଡିଏସପି ପାହ୍ୟାର ୭୫ ଜଣ ଅଧିକାରୀ ମୁତୟନ ହେବେ । ଏଥିସହିତ ରଥଯାତ୍ରାର ସୁପରିଚାଳନା ପାଇଁ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । ୯୦ ଜଣ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ, ତହସିଲଦାର, ବିଡିଓ, ପୌର ନିର୍ବାହୀ ଅଧିକାରୀଙ୍କ ସମେତ ୯୦ ଜଣ ଏହି ଦାୟିତ୍ୱରେ ରହିବେ ବୋଲି ସୂଚନା ପ୍ରାପ୍ତ ହୋଇଛି।

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129