ଝାଡେଶ୍ୱର କଲେଜରେ ନୂଆ ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ

ଯାଜପୁର ୩୦/୧୨(ବ୍ୟୁରୋ): ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ ଅନ୍ତର୍ଗତ ଟୋଲକାନୀ ସ୍ଥିତ ଝାଡେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଡିଗ୍ରୀ କଲେଜର ମିଳିତ ଆନୁକୁଲ୍ୟରେ ନୂଆ ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଶୁକ୍ରବାର ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ପୁରସ୍କାର ବିତରଣ ସଭାରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ଡ଼ ଯୁଗଳ କିଶୋର ହୋତା ସଭାପତିତ୍ବ କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମନ୍ତ୍ରୀ ଇଂଜିନିୟର ପ୍ରୀତିରଞ୍ଜନ ଘଡ଼ାଇ, ମୁଖ୍ୟବକ୍ତା ଭାବେ କଲେଜର ପ୍ରତିଷ୍ଠାତା ଦୀନବନ୍ଧୁ ପୃଷ୍ଟି, ସମ୍ମାନିତ ଅତିଥି ଭାବେ ଦାନଗଦୀ ବ୍ଲକର ଅଧକ୍ଷା ଅର୍ଚ୍ଚନା ଦାସ, ଉପାଧ୍ୟକ୍ଷ ଅଜୟ କୁମାର ବିନ୍ଧାଣୀ, ମନ୍ତ୍ରୀଙ୍କ ପ୍ରତିନିଧି ପ୍ରଦୀପ କୁମାର ମହାନ୍ତି ପ୍ରମୁଖ ଯୋଗଦେଇ ପିଲାମାନଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ ରେ ଏହି କାର୍ଯ୍ୟକ୍ରମ ପୂର୍ଣ୍ଣ ସହାୟତା କରିବ ବୋଲି ମତବ୍ୟକ୍ତ କରିଥିଲେ । ଯୁକ୍ତ ତିନିର ଅଧ୍ୟକ୍ଷ ବିଜୟ କୁମାର ସାହୁ ପୁରସ୍କାର ବିତରଣ କାର୍ଯ୍ୟ ସହ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାରମ୍ଭରେ କଲେଜର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇ ଥିଲା। ଏହି କାର୍ଯ୍ୟକ୍ରମକୁ ଲୋରୀୟା ମହାନ୍ତି ସଂଯୋଜନା କରିଥିଲେ । ଗାୟିକା ଜ୍ୟୋତ୍ରିମୟୀ ସଙ୍ଗୀତ ପରିବେଷଣ କରିଥିଲେ ଓ ଅଭିନେତ୍ରୀ ଶୀତଳ, ଜୁନିୟର ନଟିଆ (କମେଡିଆନ) ପ୍ରମୁଖ ଯୋଗଦେଇ ପିଲାମାନଙ୍କ ମନୋରଞ୍ଜନ କରିଥିଲେ। ଅଧ୍ୟାପକ ଖଗେଶ କୁମାର ଜେନା, ରଞ୍ଜନ କୁମାର ଖଣ୍ଡା ଓ ଅଧ୍ୟାପିକା ଇତିଶ୍ରୀ ମଲ୍ଲିକଙ୍କ ନେତୃତ୍ୱରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମର ଯୁକ୍ତଦୁଇର ନୋଡାଲ ଅଫିସର ଅଧ୍ୟାପକ ରଞ୍ଜନ କୁମାର ସାହୁ ଓ ଯୁକ୍ତ ତିନିର ନୋଡାଲ ଅଫିସର ଦୁର୍ଯୋଧନ ପଣ୍ଡାଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ସମ୍ପାଦିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଯୁକ୍ତ ଦୁଇ ଓ ଯୁକ୍ତ ତିନି ର ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷକ କର୍ମଚାରୀ, ଛାତ୍ରଛାତ୍ରୀ ସହଯୋଗ କରିଥିଲେ।

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129