କେଉଁମାନେ ସୁଭଦ୍ରା ଟଙ୍କା ପାଇବାରୁ ବଞ୍ଚିତ ରହିବେ

ଭୁବନେଶ୍ୱର ;୨୧/୦୯(ଜ୍ୟୋତି ରଞ୍ଜନଙ୍କ ଠାରୁ): ଯେଉଁମାନଙ୍କ ଆକାଉଣ୍ଟକୁ ଟଙ୍କା ଯାଇ ନାହିଁ ସେମାନେ ବ୍ୟସ୍ତ ନହେବା ପାଇଁ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସମସ୍ତଙ୍କ ଆକାଉଣ୍ଟକୁ ପର୍ଯ୍ୟାୟକ୍ରମେ ଯିବ ଟଙ୍କା । ଏଥିପାଇଁ ଆଦୌ ବ୍ୟସ୍ତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ସବୁ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ପର୍ଯ୍ୟାୟ କ୍ରମେ ଟଙ୍କା ପହଞ୍ଚିବ। ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିବା ସହିତ ପର୍ଯ୍ୟାୟ କ୍ରମେ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା କ୍ରେଡିଟ ହେବ। ପଞ୍ଜୀକରଣ ପାଇଁ କୌଣସି ନିର୍ଦ୍ଧିଷ୍ଟ ସମୟ ସୀମା ନାହିଁ। ତେଣୁ ଯେଉଁମାନେ ଟଙ୍କା ପାଇନାହାନ୍ତି ସେମାନେ ବ୍ୟସ୍ତ ହୁଅନ୍ତୁ ନାହିଁ ।
ଡିସେମ୍ବର ମାସରେ ଆବେଦନ କଲେବି ପ୍ରଥମ କିସ୍ତି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ମହିଳା। ରକ୍ଷା ବନ୍ଧନ ପାଇଁ ପ୍ରଥମ କିସ୍ତି ଅର୍ଥ ଆଜିଠୁ ଆରମ୍ଭ ହୋଇଥିବା ବେଳେ ଯେଉଁ ମାନେ ବି ଆବେଦନ କରିଛନ୍ତି ଯୋଗ୍ୟ ମହିଳାଙ୍କୁ ପର୍ଯ୍ୟାୟ କ୍ରମେ ଟଙ୍କା ପହଞ୍ଚିବ। ତେବେ ଅନେକ ଅଯୋଗ୍ୟ ମହିଳା ବି ସୁଭଦ୍ରା ଟଙ୍କା ପାଇବା ପାଇଁ ଆବେଦନ କରିଛନ୍ତି । କିନ୍ତୁ ସରକାରଙ୍କ ଗାଇଡଲାଇନ୍‌ ଅନୁଯାୟୀ ନିର୍ଦ୍ଧିଷ୍ଟ ବର୍ଗର ମହିଳା ହିଁ ସୁଭଦ୍ରା ଟଙ୍କା ପାଇବେ । ଅଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ ନାହିଁ ।
ତେବେ କେଉଁମାନେ ସୁଭଦ୍ରା ଟଙ୍କା ପାଇବେନି? ଆବେଦନ କରିଥିଲେ ବି କଟିଯିବ ନାଁ । ଜାଣନ୍ତୁ ରାଜ୍ୟର ସରକାରଙ୍କ ଗାଇଡଲାଇନ୍ କଣ ରହିଛି । ଯେଉଁ ମହିଳାମାନେ ନିମ୍ନଲିଖିତ ମାନଦଣ୍ଡ ମଧ୍ୟରୁ କୌଣସିଟି ପୂରଣ କରନ୍ତି, ସେମାନେ ଏହି ଯୋଜନା ଅଧୀନରେ ଲାଭ ପାଇବାକୁ ଅଯୋଗ୍ୟ ହେବେ । ବା ସେମାନଙ୍କର ନାଁ କାଟି ଦିଆଯିବ ।
ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୧ ଜୁଲାଇ, ୨୦୨୪ ସୁଦ୍ଧା ୨୧ ବର୍ଷରୁ କମ୍ ହୋଇନଥିବା ଆବଶ୍ୟକ । ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ ।
ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ।

ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି ବର୍ତ୍ତମାନର କିମ୍ବା ପୂର୍ବତନ ସାଂସଦ କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ସେମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ସେହିଭଳି ଆୟକର ଦେଉଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ ।
ଯେ କୌଣସି ସହରାଞ୍ଚଳ ଶ୍ୱାୟତ୍ତ ଶାସନ ସଂସ୍ଥା (Urban Local body) କିମ୍ବା ପଞ୍ଚାୟତି ରାଜ ଅନୁଷ୍ଠାନରେ ନିର୍ବାଚିତ ଜନ ପ୍ରତିନିଧୀ ହୋଇଥିବେ (କେବଳ ୱାର୍ଡ ମେମ୍ବର, ସ୍ଥାନୀୟ ପରିଷଦ (Councillor) ସଦସ୍ୟ ବ୍ୟତୀତ) ତେବେ ସେମାନେ ଏଥିରେ ସାମିଲ ହୋଇପାରିବେ ନାହିଁ ।
ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେକୌଣସି ଅଣ୍ଡରଟେକିଂ / ବୋର୍ଡ / ସ୍ଥାନୀୟ ସଂସ୍ଥା କିମ୍ବା ସଂଗଠନ / ନିୟମିତ / ସ୍ଥାୟୀ / ଚୁକ୍ତିଭିତ୍ତିକ କର୍ମଚାରୀ ଭାବରେ ନିଯୁକ୍ତ କିମ୍ବା ଅବସର ପରେ ପେନସନ ଗ୍ରହଣ କରୁଥିବେ । ଯଦି ଏହି ଯୋଜନାର ଅନ୍ୟ ସମସ୍ତ ମାନଦଣ୍ଡ ପୂରଣ କରୁଥିଲେ, ତେବେ, ପାରିଶ୍ରମିକ ଗ୍ରହଣ କରୁଥିବା ସମସ୍ତ କର୍ମଚାରୀ ଏବଂ ଆଉଟ ସୋର୍ସିଂ ଏଜେନ୍ସି ମାଧ୍ଯମରେ ନିୟୋଜିତ ସମସ୍ତ / କର୍ମଚାରୀ ଏହି ଯୋଜନା ଅଧୀନରେ ଯୋଗ୍ୟ ବିବେଚିତ ହେବେ ।
ଯଦି ଅବେଦନକାରୀଙ୍କ ପରିବାରର ଜଳସେଚିତ ଜମିର ପରିମାଣ ୫ ଏକରରୁ ଅଧିକ ଓ ଅଣ ଜଳସେଚିତ ଜମିର ପରିମାଣ ୧୦ ଏକରରୁ ଅଧିକ ହୋଇଥିବ ସେମାନେ ସୁଭଦ୍ରା ଟଙ୍କା ପାଇପାରିବେ ନାହିଁ । ସେହିଭଳି ଟ୍ରାକ୍ଟର, ମିନି-ଟ୍ରକ୍, ଛୋଟ ବାଣିଜ୍ୟିକ ଯାନ ଏବଂ ଅନ୍ୟ ସମାନ ହାଲୁକା ସାମଗ୍ରୀ ଯାନ ବ୍ୟତୀତ ୪ ଚକିଆ ଗାଡି ଥିଲେ ସୁଭଦ୍ରା ଟଙ୍କା ପାଇବେ ନାହିଁ ।

 

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129