୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମ ପାଇଁ ଚୟନ ପ୍ରକିୟା ଆରମ୍ଭ

ଭୁବନେଶ୍ୱର ;୨୧/୦୩ (ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମ ପାଇଁ ଚୟନପ୍ରକିୟା ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ ପ୍ରବେଶ କରାଯିବ। ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍‌ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବାକୁ ସ୍ଥିର ହୋଇଛି।ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ କୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।
ଏଥିପାଇଁ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୨୪ ତାରିଖ (୨୪.୦୩.୨୦୨୫) ଠାରୁ Common Application Form (CAF) ପୂରଣ ପ୍ରକିୟା ଆରମ୍ଭ ହେବ।
ଏଥିସହ ଶିକ୍ଷା ବର୍ଷ ୨୦୨୫-୨୬ରେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମକୁ ଆସନ୍ତା ୨୪ ଜୁଲାଇ, ୨୦୨୫ ତାରିଖ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି।
ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ସଠିକ ସମୟରେ ପାଠ୍ୟକ୍ରମ ଆରମ୍ଭ ହୋଇ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ ବୋଲି କୁହାଯାଇଛି।

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129