ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ- ଅପ୍ରେଲ ୨୩ରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ,କଲେଜ ବନ୍ଦ

ଭୁବନେଶ୍ବର;୨୨/୦୪(ନି ପ୍ର): ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ଯେ ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ ୨୩ ତାରିଖ ଠାରୁ ଛୁଟି ଘୋଷଣା କରିଛନ୍ତି । ତେବେ ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ତଥା ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଂଜନ କୁମାର ସିଂହ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିବା ସୂଚନା ରହିଛି।

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129