ପରଲୋକରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ

ଭୁବନେଶ୍ୱର/ଯାଜପୁର ;୨୨/୦୩ (ଶେଖ୍ ଅହେତ୍ସାମୁଦ୍ଦିନ ଙ୍କ ଠାରୁ): ଆରପାରିରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ୮୨ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଦାମୋଦର ରାଉତ । ଚିକିତ୍ସାଧିନ ଅବସ୍ଥାରେ ସକାଳ ପ୍ରାୟ ସାଢେ ୫ଟା ରେ ତାଙ୍କ ଦେହାନ୍ତ ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତରାୟ । ଓଡ଼ିଶା ରାଜନୀତି ଇତିହାସରେ ଜଣେ ମହାଦ୍ରୁମ ଥିଲେ ଦାମ ରାଉତ ।ଦାମଙ୍କ ବିୟୋଗରେ ବିଶିଷ୍ଠ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି ଯେ ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ।ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି । ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଉଛି । ଭୁବନେଶ୍ୱର ସ୍ଥିତ ଦାମଙ୍କ ବାସଭବନରେ ସବୁ ରାଜନୈତିକ ଦଳର ନେତାମାନେ ଶେଷ ଦର୍ଶନ କରିଛନ୍ତି । ଓଡ଼ିଶା ରାଜନୀତିରେ ସେ ୭ ଥର ବିଧାୟକ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ୧୯୭୭ ମସିହାରେ ପ୍ରଥମ ଥର ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ । ୫ ଥର ଏରସମା ଓ ୨ ଥର ପାରାଦୀପରୁ ନିର୍ବାଚିତ ହୋଇଥିଲେ ଦାମୋଦର ରାଉତ । କୃଷି, ସ୍ବାସ୍ଥ୍ୟ ସହ ୭ରୁ ଅଧିକ ଗୁରୁତ୍ବପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ରହିଥିଲେ ଦାମ ରାଉତ

 

 

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129