ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ଯାଜପୁର;୦୫/୦୨(ବ୍ୟୁରୋ): ପ୍ରଶାସନ ଜନସାଧାରଣଙ୍କ ନିକଟରେ ପହଞ୍ଚି ସେମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକର ସମାଧାନ କରିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ପ୍ରଧାନ ଲକ୍ଷ୍ୟ ଅଟେ । ଏଣୁ ଅଭିଯୋଗ ପ୍ରକୋଷ୍ଠରେ ଯୋଗ ଦେଊଥିବା ଜିଲ୍ଲାର ସମସ୍ତ ଅଧିକାରୀମାନେ ନିଷ୍ଠା ଓ ସହୃଦୟତାର ସହ କାର୍ଯ୍ୟ ସଂପାଦନ କଲେ ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି ପ୍ରକ୍ରିୟା ତ୍ୱରାନ୍ୱିତ ହେବା ସହ ଜନସାଧାରଣମାନେ ଅଧିକରୁ ଅଧିକ ଅଭିଯୋଗ ପ୍ରକୋଷ୍ଠରୁ ଲାଭବାନ ହୋଇପାରିବେ ବୋଲି ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଡା. ଶୁଭଙ୍କର ମହାପାତ୍ର ଅଧ୍ୟକ୍ଷତା କରି ଊପରୋକ୍ତ ବିଷୟପ୍ରକାଶ କରିଚ୍ଥନ୍ତି । ଏହି ମିଳିତ ଅଭିଯୋଗ ôଶଣାଣି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଡା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲଙ୍କ ଅଧ୍ୟକ୍ଷତା ଓ ସହଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲା ପାଳ, ରାଜସ୍ୱ ଶ୍ରୀ ଶୁଭେନ୍ଦ୍ର କୁମାର ସାମଲ, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଅଶୋକ କୁମାର ବେହୁରିଆ, ତହସିଲଦାର, ଯାଜପୁର ଶ୍ରୀ ଜ୍ୟୋତିକାନ୍ତ ଭୁଜବଳ ମଞ୍ଚାସୀନ ଥିବାବେଳେ ଅଧିକ୍ଷଣ ଯନ୍ତ୍ରୀ ଜଳସେଚନ, ଯାଜପୁର ଖଣ୍ଡ ଶ୍ରୀ ଶରତ ଚନ୍ଦ୍ର ଘଡାଇ, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ, ଜାରକା ଖଣ୍ଡ ଇଂ କାମଦେବ ଦାସ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ, ଯାଜପୁର ଖଣ୍ଡ-୧ ଇଂ ଜ୍ଞାନ ରଂଜନ ନାୟକ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ, ଯାଜପୁର ଖଣ୍ଡ-୨ ଇଂ ଅବିନାଶ ବାରିକ, ନିର୍ବାହୀ ଯନ୍ତ୍ରୀ, ଊଠା ଜଳସେଚନ, ଯାଜପୁର ରୋଡ ଇଂ ଜୟ କୁମାର ମିଶ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଯାଜପୁରନ ଇଂ ବିକ୍ରମାଦିତ୍ୟ ପ୍ରଧାନ, ପ୍ରକଳ୍ପ ନିର୍ଦ୍ଦେଶକ, ଜଳଚ୍ଥାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ନିର୍ବାହୀ ଅଧିକାରୀ, ପୈାର ପରିଷଦ, ଯାଜପୁର ଶ୍ରୀ ଅଜୟ କୁମାର ପଣ୍ଡା, ଅବକାରୀ ଅଧିକ୍ଷକ, ଯାଜପୁର ଶ୍ରୀ ଅମରେନ୍ଦ୍ର କୁମାର ଜେନା, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ନିବେଦିତା ପାଣି, ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଶ୍ରୀନିବାସ କର, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ଯାଜପୁର ଶ୍ରୀ ରାଧାଶ୍ୟାମ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଂଜନ କର, ସହକାରୀ ଶ୍ରମ ଅଧିକାରୀ ଶ୍ରୀ ରଚନା ସେଠୀ, ଆଇଆଇସି, ଟାଉନ ଥାନା, ଯାଜପୁର ଶ୍ରୀ ବିଲ୍ୱ ମଙ୍ଗଳ ସେଠୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ସହକାରୀ ନିବନ୍ଧକ, ସମବାୟ ସମିତି, ଯାଜପୁର ଶ୍ରୀ ଶରତ ଚନ୍ଦ୍ର ମଲ୍ଲିକ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ରାଊତ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ସଲ୍ଳାଉଦ୍ଦିନ ଖାଁ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ । ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୨୧୨ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୮୦ ଗୋଟି ବ୍ୟକ୍ତିଗତ ଏବଂ ୦୮ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୭୮ ଗୋଟି ଅଭିଯୋଗ ଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୩୧ ଗୋଟି ଅଭିଯୋଗ ଥିଲା । ଶିବିର ପ୍ରକୋଷ୍ଠରେ ଜିଲ୍ଳ୍‌ାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ମହାପାତ୍ର ୧୧୩ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୧୫ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ପ୍ରକାଶ ଥାଊ କି, ୧୨ ତାରିଖ ସୋମବାର କେ.ଏନ୍‌.ଡି.ଏ. ସମ୍ମିଳନୀ କକ୍ଷ, କଳିଙ୍ଗନଗର ଠାରେ, ୧୯ ତାରିଖ ସୋମବାର ସୁକିନ୍ଦା ବ୍ଳ୍‌କ କାର୍ଯ୍ୟାଳୟ ଠାରେ, ୨୬ ତାରିଖ ସୋମବାର ବିଂଝାରପୁର ବ୍ଳ୍‌କ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିର ମାନଙ୍କରେ ଜିଲ୍ଲା ର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକର ତ୍ୱରିତ୍ ସମାଧାନ ଶୁଣାଣିରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ ।

 

 

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129