ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ବଜେଟ ଉପସ୍ଥାପନ

ଭୁବନେଶ୍ୱର;୨୫/୦୭(ଜ୍ୟୋତି ରଞ୍ଜନ ଙ୍କ ଠାରୁ): ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବଜେଟରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାର୍ଦ୍ଧକ୍ୟ ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଥିସହ ବଜେଟରେ ସାମାଜିକ ସୁରକ୍ଷା ପାଇଁ ୭ ହଜାର ୬ ଶହ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।ସେହିପରି ଭିନ୍ନକ୍ଷମ କଲ୍ୟାଣ ପାଇଁ ୩୦୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି।ସେହିପରି ଶିକ୍ଷାକ୍ଷେତ୍ର ପାଇଁ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ହୋଇଛି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ରଖିଛନ୍ତି।

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Related Articles

Back to top button
Close
Website Design By Bootalpha.com +91 84482 65129