ଝାଡେଶ୍ୱର ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷଙ୍କ ପରଲୋକ

ଯାଜପୁର; ୧୫/୧୦(ବ୍ୟୁରୋ): ଯାଜପୁର ଜିଲ୍ଲା କଳିଙ୍ଗନଗର ଦାନଗଦୀ ବ୍ଲକ ଅନ୍ତର୍ଗତ ଟୋଲକାନୀ ସ୍ଥିତ ଝାଡେଶ୍ୱର ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ସେକ୍ ସୌକତ ଅଲ୍ଲୀଙ୍କର ଗତ ରବିବାର ସଂଧ୍ୟାରେ ପରଲୋକ ହୋଇଯାଇଛି। ସେ ୧୯୮୪ ମସିହାରୁ ୨୦୧୭ ମସିହା ପର୍ଯ୍ୟନ୍ତ ଝାଡେଶ୍ୱର ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ। ଜଣେ ଭଦ୍ର ଓ ଅମାୟିକ ବ୍ୟକ୍ତି ଭାବେ ତାଙ୍କର ଅନେକ ଖ୍ୟାତି ରହିଛି। ତାଙ୍କ ଗ୍ରାମ ବାନ୍ଧଗଡା ଠାରେ ତାଙ୍କର ଶେଷକୃତ୍ୟ ସମ୍ପର୍ଣ୍ଣ କରାଯାଇଥିଲା। ତାଙ୍କର ଶେଷ ଦର୍ଶନ ପାଇଁ ପ୍ରାକ୍ତନ ମନ୍ତ୍ରୀ ତଥା ଘଷିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ଝାଡେଶ୍ୱର ମହାବିଦ୍ୟାଳୟ ଅଧ୍ୟକ୍ଷ ଡ.ଅକ୍ଷୟ କୁମାର ପଣ୍ଡା, କଲେଜର ପ୍ରତିଷ୍ଠାତା ସଭ୍ୟ ଦୀନବନ୍ଧୁ ପୃଷ୍ଟି, ପ୍ରାକ୍ତନ ଅଧ୍ୟକ୍ଷ ଡ. ଯୁଗଳ କିଶୋର ହୋତା ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ତାଙ୍କ ବାସଭବନରେ ସ୍ବର୍ଗତ ଅଲ୍ଲୀଙ୍କର ଶେଷ ଦର୍ଶନ କରିଥିଲେ। ତାଙ୍କ ବିୟୋଗରେ ମହାବିଦ୍ୟାଳୟର ପରିଚାନା ପରିଷଦର ସମସ୍ତ ସଭ୍ୟ, ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ ଗଭୀର ଶୋକ ପ୍ରକାଶ କରିବା ସଙ୍ଗେ ସଙ୍ଗେ ସେ ଅଞ୍ଚଳରେ ମଧ୍ୟ ଶୋକର ଛାୟା ଖେଳିଯାଇଛି।

व्हाट्सप्प आइकान को दबा कर इस खबर को शेयर जरूर करें

ବିଜ୍ଞାପନ ବାକ୍ସ (ଦୟାକରି ବିଜ୍ଞାପନ ପାଇଁ ଯୋଗାଯୋଗ କରନ୍ତୁ)


ଦୟାକରି ଉତ୍ତର ଦିଅ |

क्या आप मानते हैं कि कुछ संगठन अपने फायदे के लिए बंद आयोजित कर देश का नुकसान करते हैं?

View Results

Loading ... Loading ...


Back to top button
Close
Website Design By Bootalpha.com +91 84482 65129